ପୁରୀ(ସଂଘର୍ଷ ମିଡିଆ) : ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା। ଭକ୍ତଙ୍କୁ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେବେ ଶ୍ରୀଜୀଉ। ଏହି ଅବସରରେ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ନୀତିକାନ୍ତି ଓ ଦର୍ଶନ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ମଧ୍ୟରେ ଆଲୋଚନା ହୋଇଛି। ତେବେ ରବିବାର ସାରାରାତି ଶ୍ରୀମନ୍ଦିର ଖୋଲା ରହିବ। ରାତିସାରା ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ଶ୍ରଦ୍ଧାଳୁ। ସେବାୟତଙ୍କ ସହ ଆଲୋଚନା ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ।