କେନ୍ଦ୍ରାପଡା ( ସଂଘର୍ଷ ମିଡିଆ ) : ଆଜି ହେଉଛି ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଆରମ୍ଭ। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ କୁମାର ପୂର୍ଣ୍ଣିମା ପାଳିତ ହୁଏ। ଆଜିର ଦିନରେ ଓଡ଼ିଶାର ଘରେ ଘରେ ଝିଅମାନେ ବେଶ ଆନନ୍ଦର ସହ ଏହାକୁ ପାଳନ କରିଥାଆନ୍ତି। କୁମାରୀ ଝିଅ ମାନେ ସକାଳୁ ସ୍ନାନ କରି ନୂଆ ବସ୍ତ୍ର ପରିଧାନ କରି ତୁଳସୀ ଚଉରା ମୂଳରେ ପୂଜା କରନ୍ତି। ଏକ କୁଲାରେ ଖଇ ଓ ସାତ ପ୍ରକାରର ଫଳ ନେଇ ଚଉରା ମୂଳରେ ବିଧିସହ ପୂଜାର୍ଚ୍ଚନା କରନ୍ତି। ଏହାସହ କୁମାରୀ କନ୍ୟାମାନେ ସନ୍ଧ୍ୟାରେ ଆକାଶରେ ଚନ୍ଦ୍ର ଆସିବା ପରେ ପୂଜା କରନ୍ତି। କୁମାର ପୁନେଇ ଜହ୍ନଗୋ ଫୁଲ ବଉଳବେଣୀରେ ପ୍ପ୍ରକମ୍ପିତ ହୋଇଯାଏ ସାରା ପରିବେଶ । ବିଭିନ୍ନ ପ୍ରକାରର ଫଳ, ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ଆଖୁ ଆଦିକୁ ଚକଟା ଭୋଗ କରି ଚନ୍ଦ୍ର ଆକୃତିର କରି ପୂଜା କରିବା ପରେ ଏହାକୁ ନିଜ ସାଙ୍ଗମାନଙ୍କୁ ଖୁଆନ୍ତି। ଏହି ପର୍ବ ପଲ୍ଲିରୁ ସହର ପର୍ଯ୍ୟନ୍ତ ଧୂମ ଧାମରେ ପାଳନ କରାଯାଇ ଥାଏ । ଏହି ପର୍ବ ଅବସରରେ ସଂଘର୍ଷ ପରିବାର ତରଫରୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟ ସମ୍ପାଦକ ମଦନ ପତ୍ରୀ ।