ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୦ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୭ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ, ୧ଟି ଗୁଜବ ପ୍ରଚାର ଏବଂ ୧ଟି ଅନ୍ୟାନ୍ୟ କୋଭିଡ୍ ସଂପର୍କିତ କାରଣ ପାଇଁ ଅଟେ। ଗତକାଲି ୧୮ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।