କୋଭିଡ କଟକଣା ସତ୍ୱେ ଜଗନ୍ନାଥ ମନ୍ଦିର ପରିସରରେ ଝୁଲଣ ଯାତ୍ରା ଅନୁଷ୍ଠିତ

32

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ଶ୍ରାବଣ ଦଶମୀ ଠାରୁ ଭାଦ୍ରବ ପ୍ରତିପଦ ପର୍ଯ୍ୟନ୍ତ ପାଳନ କରାଯାଇଥାଏ । ଶ୍ରୀକୃଷ୍ଣଙ୍କର ଶ୍ରୀରାଧା ଓ ଗୋପୀମାନଙ୍କ ସହିତ ବିଳାସମୟ ଦୋଳିଖେଳ ହୋଇ ଥାଏ ଏହାକୁ ପ୍ରବୋଡ଼ ରାସ ମଧ୍ୟ କୁହାଯାଇଥାଏ ଓ ଏହାକୁ ଝୁଲଣ ଯାତ୍ରା ନାମରେ ବିଧିତ ଅଛି । ବୁଧବାର ଠାରୁ 7 ଦିନ ଧରି ମହାପ୍ରଭୁଙ୍କ ଏହି ପର୍ବ ଆରଂଭ ହୋଇଛି। ଏହା ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ର ରେ ଥିବା ଅଧିକାଂଶ ମଠ ଗୁଡ଼ିକ ରେ ଆଡମ୍ବରରେ ପାଳନ କରାଯାଇଥାଏ । ଅନ୍ୟପଟେ ଶ୍ରୀକ୍ଷେତ୍ରରେ ରହିଛି ଅନେକ ପୁରାତନ ମଠ। ପ୍ରାୟ ଅଧିକାଂଶ ମଠରେ ପୂଜା ପାଉଛନ୍ତି ରାଧାକୃଷ୍ଣ। ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ରାଧା ଦାମୋଦରଙ୍କୁ ଦର୍ଶନ କରିବା ପାଇଁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁମାନେ ପୁରୀ ଆସିଥାନ୍ତି। ବିଶେଷକରି ଶ୍ରୀକ୍ଷେତ୍ରରେ ଜଗନ୍ନାଥ ବଲ୍ଲଭ ମଠ, ନେବଳ ଦାସ ମଠ, ହରିଦାସ ମଠ, ଉତ୍ତରପାର୍ଶ୍ୱ ମଠ, ଜିୟର ସ୍ବାମୀ, ରାଧାବଲ୍ଲଭ ମଠ, ବଡ଼ ଓଡ଼ିଆ ପ୍ରଭୃତି ମଠରେ ବେଶ୍‌ ଆଡମ୍ବରରେ ଅନୁଷ୍ଠିତ ହୋଇ ଥାଏ ଝୁଲଣ ଯାତ୍ରା। ଏହି ଉପଲକ୍ଷେ ବିଭିନ୍ନ ମଠରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ ହୋଇ ଥାଏ।। ପ୍ରଭୁ ରାଧାକୃଷ୍ଣ କୁଞ୍ଜରେ ଖେଳିଥାନ୍ତି। ପ୍ରତ୍ୟହ ନିତ୍ୟ ଆଳତୀ ପରେ ପ୍ରଭୁଙ୍କ ପାଇଁ ଝୁଲଣ ଆଳତୀ ହୋଇ ଥାଏ। ଏଥିସହ ସ୍ବତନ୍ତ୍ର ଭୋଗ ମଧ୍ୟ ଲାଗି ହୋଇ ଥାଏ। ପ୍ରତ୍ୟହ ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ପର୍ଯ୍ୟନ୍ତ ପାଲା, ଦାସକାଠିଆ ଓ ପାରମ୍ପରିକ ଭଜନ ପରିବେଷଣ ହୋଇ ଥାଏ। ଏହାବ୍ୟତୀତ ଅନ୍ୟାନ୍ୟ ମଠ ମନ୍ଦିରରେ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇ ଥାଏ। ତେବେ ଚଳିତ ବର୍ଷ କରୋନା କଟକଣା ହେତୁ ପୁରୀ କୁ ଭକ୍ତ ଙ୍କ ପ୍ରବେଶ କଟକଣା ରହିଛି। ସେହିପରି ଶ୍ରୀମନ୍ଦିର କୁ ମଧ୍ୟ ପ୍ରବେଶ କଟକଣା ରହିଛି। ଏଣୁ ଚଳିତ ଝୁଲଣ ଯାତ୍ରା ବିନା ଭକ୍ତ ରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ମହାପ୍ରଭୁଙ୍କ ନୀତିକାନ୍ତି ବିଧି ଅନୁଯାୟୀ କେଵଳ ଅନୁଷ୍ଠିତ ହେଉଚି । ମଠ ଗୁଡ଼ିକ ରେ ମଧ୍ୟ କୋଭିଡ କଟକଣା ଥିବା ରୁ ଭକ୍ତ ଙ୍କ ପ୍ରବେଶ କଟକଣା ରହିଛି। ଏଣୁ ଚଳିତ ବର୍ଷ ଝୁଲଣ ଯାତ୍ରା ନିରାଡ଼ମ୍ବର ରେ ଅନୁଷ୍ଠିତ ହେଉଛି।ଶ୍ରୀକ୍ଷେତ୍ର ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ଭିତର ବେଢ଼ାର ଦକ୍ଷିଣ ପଟେ ମୁକ୍ତି ମଣ୍ଡପ ନିକଟରେ ଝୁଲଣ କୁଞ୍ଜ ନିର୍ମିତ ହୋଇଥାଏ । ୪୫ ଫୁଟ ଲମ୍ବ ଓ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ଏହି କୁଞ୍ଜଟିର ଛାଞ୍ଚ କାଠରେ ହୋଇଥିବା ବେଳେ ଏହାକୁ ଜରି, ସୋଲ ଓ କପଡ଼ାରେ ସଜ୍ଜିତ କରାଯାଇଥାଏ । ଏହି ଝୁଲା ସହ ଗୋଟିଏ ଦଉଡ଼ି ଲାଗିଥାଏ, ଯାହାକୁ ଟାଣିଲେ ଝୁଲା ସହ ପ୍ରତିମା ତ୍ରୟ ଝୁଲନ୍ତି । ମଧ୍ୟାହ୍ନ ଧୂପ ନୀତି ପରେ ଶ୍ରୀମନ୍ଦିର ଦକ୍ଷିଣ ଘର ବାରଣ୍ଡାରେ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀଙ୍କୁ ବେଶ କରାଯାଇ ଭୋଗ ଅର୍ପଣ ହୁଏ । ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ଦିଆଯିବା ପରେ ତିନିଜଣ ମହାଜନ ସେବକ ପ୍ରତିମାମାନଙ୍କୁ ଜଗମୋହନ ଓ ବଟଦ୍ୱାର ଦେଇ ଝୁଲଣ କୁଞ୍ଜର ଭିତର ଝୁଲାରେ ବିଜେ କରାନ୍ତି । ଝୁଲଣରେ ପଞ୍ଚୋପଚାର ପୂଜା ଖଇକୋରା ଭୋଗ କରାଯିବା ପରେ ରତ୍ନସିଂହାସନସ୍ଥ ବିଗ୍ରହମାନଙ୍କର ଚନ୍ଦନଲାଗି ସମୟ ଯାଏ ପ୍ରତିମାମାନେ ଏହି ଝୁଲଣରେ ଅବସ୍ଥାନ କରନ୍ତି, ତାହା ପରେ ପିତୁଳା ଗୁଡ଼ିକୁ ଫେରାଇ ନିଆଯାଏ । ଏକାଦଶୀ ଦିନ ମଦନମୋହନଙ୍କ ବେଢ଼ା ପରିକ୍ରମା ସ୍ୱାଭାବିକ ଭାବରେ ଅନୁଷ୍ଠିତ ହୋଇ, ପରେ ଶ୍ରୀଦେବୀ ଓ ଭୂଦେବୀଙ୍କ ସହ ଝୁଲଣ ମଣ୍ଡପକୁ ବିଜେ କରାଯାଏ । ଶେଷଦିନ ଘଣ୍ଟି, ଶଙ୍ଖ ସହ ପଞ୍ଚୋପଚାର ପୂଜା ଓ ବନ୍ଦାପନା କରାଯିବା ପରେ ବେଢ଼ାବୁଲି ସିଂହାସନରେ ବିଜେ ହୁଅନ୍ତି ।ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ଦୋଳିରେ ରାଧା ଦାମୋଦରଙ୍କୁ ଦର୍ଶନ କରିବାପାଇଁ ଦୂରଦୂରାନ୍ତରୁ ଭକ୍ତମାନେ ପୁରୀରେ ଭିଡ଼ ଜମାନ୍ତି । ପୁରୀ ରୁ କ୍ୟାମେରା ପାର୍ଶନ ରଂଜିତ ପଟନାୟକ ଙ୍କ ସହ ଶଙ୍କର ସରକାରଙ୍କ ରିପୋର୍ଟ ସଙ୍ଘର୍ଷ ନ୍ୟୁଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More