ଗଜପତି ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

74

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲୋକ ପ୍ରିୟ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀମାନ ନରେନ୍ଦ୍ର ମୋଦୀଙ୍କ ୯ ବର୍ଷ ଶାସନ କାଳରେ କୃଷକ କଲ୍ୟାଣ କାରୀ ଯୋଜନା ଉପରେ କହିବା ସହିତ ବିଜୁ ଜନତା ଦଳର ୨୪ ବର୍ଷ ଶାସନରେ କୃଷି ଓ କୃଷକ ବିରୋଧି ମନୋଭାବ ଯୋଗୁ ଓଡିଶାର ଚାଷୀ ଆଜି ଆତ୍ମହତ୍ୟା କରୁଛି ବୋଲି ତାଙ୍କର ଭାଷଣରେ ଶ୍ରୀ ସାହୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ ଉପେନ୍ଦ୍ର ଭଞ୍ଜ, ରାଜ୍ୟ ସଂଯୋଜକ ଜଗନ୍ନାଥ ମହାପାତ୍ର ଓ ଉତ୍ତମ କୁମାର ପାଣିଗ୍ରାହୀ, ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଗଜେନ୍ଦ୍ର କୁମାର ଚୈଧୁରୀଙ୍କ ସମେତ ବହୁ ନେତୃବୃନ୍ଦଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦାନ ଦେଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More