ଗିର୍ଲିଗୁଡା ପ୍ରାଥମିକ ବିଦ୍ୟାଳୟର ସ୍ଵର୍ଣ୍ଣିମ ଉତ୍ସବ ପାଳିତ

18

Get real time updates directly on you device, subscribe now.

ନବରଙ୍ଗପୁର (ସଂଘର୍ଷ ମିଡିଆ ) : ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅଧୀନ ଗିର୍ଲିଗୁଡା ଗ୍ରାମର ପ୍ରାଥମିକ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ସ୍ଵର୍ଣ୍ଣିମ ଉତ୍ସବ ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ପାଳନ ହୋଇଯାଇଛି | ପ୍ରଥମେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ହରେକୃଷ୍ଣ ବାଡତ୍ୟା ବିବରଣୀ ପଠନ କରିଥିଲେ | ଏଥିରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି, ସମ୍ମାନୀତ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ଜିଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଡାବୁଗାଁ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ସୌମେନ୍ଦ୍ର ଭୌମିକ ଓ ଅଞ୍ଜଳି ବିଶ୍ଵାସ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବୃନ୍ଦାବନ ଭତ୍ରା ପ୍ରମୁଖ ମଞ୍ଚାସୀନ ଥିଲେ | ଅତିଥି ମାନେ ଛାତ୍ରୀଛାତ୍ର ମାନଙ୍କୁ ଭଲ ପାଠ ପଢି ଭବିଷ୍ୟତରେ ଏକ ସୁ ନାଗରିକ ହେବା, ବିଦ୍ୟାଳୟ, ଗ୍ରାମର ନାମ ରଖିବା ଓ ଭବିଷ୍ୟତରେ ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଜିତେନ୍ଦ୍ର କୁମାର ମାଝି ଓ ନରସିଂ ମାଝି ପରିଚାଳନା କରିଥିବା ବେଳେ ଗ୍ରାମର ଅର୍ଜୁନ ଭତ୍ରା, ଲାଜର ଭତ୍ରା, ବଇଶାଖୁ ଭତ୍ରା, ଚିନୁ ଭତ୍ରା, ଦୁର୍ଯ୍ୟ ଭତ୍ରା ଓ ହିରାଲାଲ ଭତ୍ରା ପ୍ରମୁଖ ସହଯୋଗ କରିଥିଲେ | ଶେଷରେ ଛାତ୍ରୀ ମାନଙ୍କ ଦ୍ଵାରା ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା | ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More