ଗୋଟିଏ ଦିନରେ ରାଜ୍ୟରେ ଆଉ ୭ଜଣ କରୋନା ପଜିଟିଭ୍‍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୯କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛି । ଫଳରେ ଶୁକ୍ରବାର ଗୋଟିଏ ଦିନରେ ରାଜ୍ୟରେ ଆଉ ୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ୯୩ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗୋଟିଏ ଦିନରେ ପୁଣି ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହେବା ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି । ଶୁକ୍ରବାର ବାଲେଶ୍ୱରର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ଜଣ ଓ ଯାଜପୁରର ଆଉ ୪ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More