କାମାକ୍ଷାନଗର(ସଂଘର୍ଷ ମିଡିଆ ) : -ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହ ଠାରେ ଆୟୋଜିତ ଏହି ଜନଶୁଣାଣି ଶିବିରରେ କାମାକ୍ଷାନଗର ବ୍ଲକ ର 21ଟି ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଶତାଧିକ ଜନସାଧାରଣ ଉପସ୍ଥିତ ରହି ନିଜର ଅଭିଯୋଗ ଜିଲ୍ଲାପାଳଙ୍କୁ ଜଣାଇଥିଲେ l ଏହି ଶିବିର ରେ ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀ, ଏସପି ଏଲଦିବ୍ୟା. ଭି, କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ସାହୁ, ବ୍ଲକ ଅଧକ୍ଷ ପ୍ରେମାନନ୍ଦ ସାହୁ,କାମାକ୍ଷାନଗର ଏନଏସି ଅଧକ୍ଷ ଧର୍ମାନନ୍ଦ ପରିଡାଙ୍କ ସମେତ ସମସ୍ତ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଜନଶୁଣାଣି କାର୍ଯ୍ୟକ୍ରମ ରେ ସହଯୋଗ କରିବା ସହ ବିଭିନ୍ନ ଲୋକମାନଙ୍କ ସମସ୍ୟାର ସମାଧାନ କରିବାକୁ ପ୍ରତିଶୃତି ଦେଇଥିଲେ l