ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ଗଜପତି ପୋଲିସ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର ଓ ପରିଚୟ ପତ୍ର ବଣ୍ଟନ

20

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଆଦର୍ଶ ଥାନା ପରିସରରେ ଏକ ସ୍ୱାସ୍ଥ୍ୟ ଶିବିର ଓ ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି।ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ ଉପସ୍ଥିତ ରହି ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ ସ୍ୱାସ୍ଥ୍ୟ ଶିବିରକୁ ଶୁଭ ଉଦଘାଟନ କରିଛନ୍ତି।ଏହି ଶିବିରରେ 81 ଜଣ ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ କରିବା ସହିତ ସ୍ୱାସ୍ଥ୍ୟ ଶିବିରରେ ବରିଷ୍ଠ ନାଗରିକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ମାଗଣାରେ ଔଷଧ ବଣ୍ଟନ କରାଯାଇଥିଲା।ପରେ ଶିଶୁ ବନ୍ଧୁତା ପୋଲିସ ଷ୍ଟେସନର ଶୁଭ ଉଦଘାଟନ ଏବଂ ଏକ ଶିଶୁ ପାର୍କ ଗଜପତି ଏସ ପି ଜୟରାମ ଶତପଥୀ ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ, SDPO ରାମକୃଷ୍ଣ ପତି ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଶ୍ରୀକାକୁଲମ ଜେମସ ହସ୍ପିଟାଲରୁ ଡାକ୍ତର ଓ ନର୍ସ ପ୍ରମୁଖ ଉପସ୍ଥିତ ରହି ଏହି ମେଗା ସ୍ୱାସ୍ଥ୍ୟ ଶିବିରରେ ସେବା କରିଥିଲେ। 260 ଜଣ ପଞ୍ଜିକୃତ କରି ସ୍ୱାସ୍ଥ୍ୟ ସେବା ପାଇ ଥିଲେ। ପୋଲିସର ଏହିଭଳି କାର୍ଯ୍ୟକ୍ରମକୁ ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ ମାନେ ଭୂୟସ ପ୍ରଶଂସା କରିଛନ୍ତି। ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More