ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

17

Get real time updates directly on you device, subscribe now.

ପାରଳାଖେମଣ୍ଡି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତୁମୁଳ ଗ୍ରାମ ପଞ୍ଚାୟତ ସମେତ ଭୁବନି, ସେରଙ୍ଗ ଓ ଅଜୟଗଡ ପଞ୍ଚାୟତର ସମୁଦାୟ ମୋଟ-୧୨୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଗୋଟି ଆସିଥିଲା ଓ ସେଥମଧ୍ୟରୁ ୫୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି ଓ ସ୍ଥାନୀୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ମଧ୍ଯ ପ୍ରଦାନ କରାଯାଇଛି । ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା,ତହସିଲଦାର ଶ୍ରୀ ଦେବୀ ପ୍ରସନ୍ନ ସ୍ଵରସ୍ଵତ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ,ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ,ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More