ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

13

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୮୮ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୭ ଗୋଟି ଓ ୩୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ଜଣଙ୍କୁ ୧୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ। ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More