ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

12

Get real time updates directly on you device, subscribe now.

ସୁବର୍ଣ୍ଣପୁର(ସଂଘର୍ଷ ମିଡିଆ) :- ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬ ଗୋଟି, ସାମୁହିକ ଦରଖାସ୍ତ ୨ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଶ୍ରୀ ନିହାର ରଞ୍ଜନ କଁହର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l ସୁବର୍ଣ୍ଣପୁରରୁ ରାଜ କିଶୋର ତ୍ରିପାଠୀଙ୍କ ରିପୋର୍ଟ ସଂଘର୍ଷ ନିଉଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More