ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

21

Get real time updates directly on you device, subscribe now.

ବୌଦ୍ଧ9ସଂଘର୍ଷ ମିଡିଆ) : : ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଳକର ଶଗଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାରଦିନ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୭୧ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୬୮ ଗୋଟି ବ୍ୟକ୍ତିଗତ ମାମଲା, ୩ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୩୮ ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇ ସେଥିମଧ୍ୟରୁ ୩ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୩ ହଜାର ଟଙ୍କାର ସହାୟତା ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୪ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶି୍ୱନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ,ସୂଚନା ଓ ଲୋକ ସମ୍ପର୍କଅଧିକାରୀ ରିତାକାନ୍ତି ବଳିଆର୍ଶିଂ,ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ,ଶଗଡା ସରପଞ୍ଚ ସନ୍ଧ୍ୟାରାଣୀ ମହାକୁଡ, ପୂର୍ବତନ ସରପଞ୍ଚ ସୁରଥ ମିଶ୍ର,ସାମାଜିକ କର୍ମୀ ରାଜିବ କର୍ମୀ,ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରା,ଟିଆରଓ ମହାପାତ୍ର କୁଲଦୀପ ମହାନ୍ତି ଓ ସମସ୍ତ ଜିଲା ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ । ବୌଦ୍ଧ ବ୍ଳକ ବିଡିଓ ଅବିନାଶ ପାଣ୍ଡିଆଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା ।ବୌଦ୍ଧ ରୁ ଉଗ୍ରସେନ କର୍ମୀଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More