ସୁବର୍ଣ୍ଣପୁର(ସଂଘର୍ଷ ମିଡିଆ ) : କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ପୂର୍ବପରି ଚାଲୁ ହୋଇଛି l ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୨0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୧୩ ଗୋଟି, ସାମୁହିକ ଦରଖାସ୍ତ 06 ଗୋଟି ରହିଥିବା ବେଳେ,0୧ ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୨0 ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ୧୩୮ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୮୩ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଦୀର୍ଘ ଦିନରୁ ସ୍ଥଗିତ ଥିବା ଏହି ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ରେ ଜନସାଧାରଣ ଙ୍କ ଯୋଗଦାନ ଉତ୍ସାହଜନକ ରହିଥିବା ଦେଖିବାକୁ ମିଳିଛି l ବି ଡି ଓ, ବିନିକା ଶ୍ରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ପିଡି. ଡି.ଆର.ଡି.ଏ- ଶ୍ରୀ ଡୋଳାମଣି ପଟେଲ, ଉପ ଜିଲ୍ଲାପାଳ, ସୋନପୁର ଶ୍ରୀ ନିହାର ରଞ୍ଜନ କଁହର, ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l ସେହିପରି ଆସନ୍ତା ୨୫/୦୪/୨୨ ସୋମବାର ଦିନ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାର ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ନିମନ୍ତେ ପ୍ରଶାସନ ତରଫରୁ ସୂଚୀତ କରାଯାଇଛି l ସୁବର୍ଣ୍ଣପୁରରୁ ରାଜ କିଶୋର ତ୍ରିପାଠୀଙ୍କ ରିପୋର୍ଟ ସଂଘର୍ଷ ନିଉଜ ।