ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ

32

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ): – ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନୋଡ଼ାଲ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ତାରାଗାଁ ଠାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ “POCSO Act and Victim Compensation prescribed under the POCSO Act including NALSA’s Compensation Scheme for Women victims /survivors of sexual assault/other crimes-2018 and Safety on Social Media Platform, Cyber Laws etc. କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ନବରଙ୍ଗପୁର ଶ୍ରୀଯୁକ୍ତ ରେଶମଲାଲ ନାୟକ, ଜିଲ୍ଲା ପରାମର୍ଶଦାତା, ଅରୁଣା, ଜିଲ୍ଲା ଶିଶୁ ସୁରକ୍ଷା ସମିତି, ନବରଙ୍ଗପୁର ଶ୍ରୀମତୀ ପ୍ରଭାସିନୀ ପଟ୍ଟନାୟକ ଓ ଶ୍ରୀଯୁକ୍ତ ସନ୍ଦୀପ ପଣ୍ଡା, ବିଦ୍ୟାଳୟର ଶିକ୍ଷକ ପ୍ରମୁଖ ଯୋଗ ଦେଇଥିଲେ ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ଆଈନ ବିଷୟରେ ସଚେତନ କରିଥିଲେ। ସଭା ଶେଷରେ ଶ୍ରୀଯୁକ୍ତ ସନ୍ଦୀପ ପଣ୍ଡା, ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା । ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଂଘର୍ଷ ନିଉଜ୍ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More