ଜିଲ୍ଲା ସଂସ୍କୃତି ବିଭାଗ ଓ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

13

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : -ଜିଲ୍ଲା ସଂସ୍କୃତି ବିଭାଗ ଓ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ସ୍ନାତକୋତ୍ତର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ମିଳିତ ଆନୁକୁଲ୍ୟରେ ଶ୍ରୀ ଜୟଦେବ ଜୟନ୍ତୀ ପାଳନ କରିବା ସହିତ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧକ୍ଷ ଡ଼.ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗ ଦେଇଥିଲେ । ଅଧ୍ୟାପକ ସୌଦାଗର ସିଆ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଉପ ସଚିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ରହ୍ମ ପୁରର ଡକ୍ଟର କୁଳମଣି ଓଝା ଯୋଗ ଦେଇ ଜୟଦେବଙ୍କ ଜୀବନୀ ଓ ଗୀତ ଗୋବିନ୍ଦ ସଂପର୍କରେ ବିଷଦ ଭାବରେ ଆଲୋଚନା କରିଥିଲେ।ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ଏବଂ ସ୍ନାତକୋତ୍ତର ଶ୍ରେଣୀର ଛାତ୍ରୀ ସୁଶ୍ରୀ ପ୍ରିୟା ପ୍ରଧାନ ଓ ରଶ୍ମିତା ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ବିଭାଗର ମୁଖ୍ୟ ଡ଼.ଚନ୍ଦ୍ର ଶେଖର ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହିତ ଅଧ୍ୟାପକ ଅର୍ଜୁନ ଜେନା ସଭା ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ବିଭାଗର ଅଧିକାରୀ, ବରିଷ୍ଠ ନାଗରିକ, ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ହୋଇଥିବା ଓଡ଼ିଆ ବକ୍ତୃତା ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା l ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More