ଗଜପତି(ସଂଘର୍ଷ ମିଡିଆ) : – -ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା 2023 ଦ୍ୱିତୀୟ ଦିନରେ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୋହନା ବିଧାୟକ ଦାଶରଥି ଗୋମାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଇରେନିୟସ ପ୍ରଧାନ,ସେଞ୍ଚୁରିୟାନ ବିଶ୍ଵ ବିଦ୍ୟାଳୟର ଭେଟେନେରୀ ଡୀନ୍ ଡକ୍ଟର ରାଜ୍ କିଶୋର ଭୂୟାଁ, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲଗୁନ ମାଝୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବିରେନ୍ଦ୍ର ଦାଶ ପ୍ରମୁଖ ମଞ୍ଚାସିନ ଥିଲେ I ଶୁଭ ଶ୍ରୀ ପ୍ରିୟଦର୍ଶନୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିବା ବେଳେ ଗୁମ୍ମା ଗୋଷ୍ଠୀ କୃଷି ଅଧିକାରୀ ନାରାୟଣ ଚାନ୍ଦ୍ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କୃଷି ମେଳାରେ ରାୟଗଡ ଓ ମୋହନା ବ୍ଲକର ଚାଷୀ ଭାଇ ଓ ଭଉଣୀ ମାନେ ଉପସ୍ଥିତ ଥିଲେ। ଜିଲ୍ଲାର ଚାଷୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠକୁ ବିଭିନ୍ନ ରିହାତି ମୂଲ୍ୟରେ ଯନ୍ତ୍ରପାତି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ଏହି ଯନ୍ତ୍ରପାତି ମେଳାର ମୁଖ୍ୟ ଲକ୍ଷ୍ୟ ହେଲା ଜିଲ୍ଲାର ଚାଷୀଙ୍କ ଉତ୍ପାଦକ କ୍ଷେତ୍ରରେ କମ୍ ସମୟରେ କେମିତି ଅଧିକ ରୁ ଅଧିକ ଫସଲ ଉତ୍ପାଦନ କରିପାରିବେ ଓ ରାଜ୍ୟ ସରକାର ଚାଷୀଙ୍କ ଉନ୍ନତିର ବିକାଶ ନିମନ୍ତେ କୃଷି ଯାନ୍ତ୍ରିକ ସୁବିଧା ଯୋଗାଇ ଦେବେ । ଯନ୍ତ୍ରପାତି ଗୁଡିକ ରିହାତି ଓ ବିକ୍ରୟ ବ୍ୟବସ୍ଥା, ବ୍ୟାଙ୍କ ସହାୟତା କେନ୍ଦ୍ର ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ଋଣର ବ୍ୟବସ୍ଥା, କୃଷି ଓ ଅଣ ସଂଗଠିତ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ଏବଂ ନିର୍ଦ୍ଧାରିତ ସରକାରୀ ରିହାତିରେ କୃଷି ଯନ୍ତ୍ରପାତି କ୍ରୟ ନିମନ୍ତେ ଅଗ୍ରୀମ ଉତ୍ପାଦନ ବୃଦ୍ଧିର ବ୍ୟବସ୍ଥା ରହିଛି।ଏହି ସମସ୍ତ କାର୍ଯ୍ୟକ୍ରମ କୁ ସ୍କିମ ଅଫିସର ସୁରଜ ପାତ୍ର ପରିଚାଳନା କରିଥିଲେ। ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।