ନବରଙ୍ଗପୁର (ସଂଘର୍ଷ ମିଡିଆ ) : ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ବୈଠକ ରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମାନ୍ୟବର ନବରଙ୍ଗପୁର ସାଂସଦ ପ୍ରତିନିଧି ପ୍ରମୋଦ କୁମାର ପାଢୀ, ମାନ୍ୟବର ବିଧାୟକ ନବରଙ୍ଗପୁର ଶ୍ରୀ ସଦାଶିବ ପ୍ରଧାନୀ, ମାନ୍ୟବର ବିଧାୟକ ଡାବୁଗାଁ ମନୋହର ରନ୍ଧାରୀ, ମାନ୍ୟବର ବିଧାୟକ ଉମରକୋଟ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ,ଅଧକ୍ଷା, ପ୍ରକଳ୍ପ ନିର୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ ସମେତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ , ଜିଲ୍ଲାର ସମସ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ ଏବଂ ତହସିଲଦାର, ନିର୍ବାହି ଅଧିକାରୀ । ବିଶେଷ କରି ବର୍ଷା ଦିନ ବନ୍ୟା ସମୟରେ ଏହାର ସଫଳ ମୁକାବିଲା କିପରି ଭାବରେ କରାଯାଇ ପାରିବ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ଦୁର୍ବଳ ନଦୀ ବନ୍ଧ ଗୁଡିକ ଶୀଘ୍ର ଚିହ୍ନଟ କରି ତାର ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦେଶ ଦେଇଛନ୍ତି । ବିଶେଷ କରି ବନ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ପ୍ରଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନୀ,ଚୁଡା, ଗୂଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥା ସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ସେହି ପରି କୋଷାଗୁମୁଡ଼ା ବ୍ଲକର ଉକିଆପାଲି ପଞ୍ଚାୟତ ର ଘାଟବସୁଲି ଠାରେ ଏକ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ମାନ୍ୟବର ସାଂସଦ ପ୍ରତିନିଧି, ମାନ୍ୟବର ବିଧାୟକ, କୋଷାଗୁମୁଡ଼ା ବ୍ଲକ ଅଧକ୍ଷା ଙ୍କ ସହିତ ସମସ୍ତ ନିର୍ବାଚିତ ପ୍ରତିନିଧି ଦାବି ଉପସ୍ଥାପନ କରିଥିଲେ।ବନ୍ୟା ବାତ୍ୟା ପରେ ପରେ ଭାଙ୍ଗି ଯାଇ ଥିବା ଖୁଣ୍ଟି ମରାମତି,ମୌସୁମୀ ପୂର୍ବରୁ ନାଳ ନର୍ଦମା ସଫା କରାଇବା ଭଳି ଅନ୍ୟାନ୍ୟ ସମସ୍ୟା ଗୁଡିକ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇ ଥିଲେ।ନିର୍ଦ୍ରିତ ସମୟ ମଧ୍ୟରେ ସଠିକ ବୃଷ୍ଟିର ପରିମାଣ ଜିଲ୍ଲା ଜରୁରୀକାଳୀନ ଉପବିଭାଗ କୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ ।
ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତି ଙ୍କ ରିପୋର୍ଟ ସଂଘର୍ଷ ନିୟୁଜ।
Get real time updates directly on you device, subscribe now.