ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

12

Get real time updates directly on you device, subscribe now.

ସୁବର୍ଣ୍ଣପୁର, ତା ୧୬/0୪ /୨୨(ସଂଘର୍ଷ ମିଡିଆ ) : ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ 16 ତାରିଖ ରୁ ରବିଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି l ଏଥି ନିମନ୍ତେ 58 ଗୋଟି ପ୍ୟାକ୍ସ ଓ 35 ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମୁଦାୟ 93 ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଯୋଗାଣ ନିଗମ ଧାନ କ୍ରୟ କରିବ l ରବି ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଚଳିତ ବର୍ଷ ଧାନ କ୍ରୟ କେନ୍ଦ୍ର ଗୁଡିକରେ ସପ୍ତାହର ପ୍ରତ୍ୟହ ଦିନ ସକାଳ 7 ଘଣ୍ଟା ରୁ ଅପରାହ୍ନ 12 ଘଣ୍ଟା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବl ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି l ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର 32946 ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବି ରେ 30022 ଜଣ ଚାଷୀ ପଂଜିକୃତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ଗ୍ରୀଷ୍ମ ପ୍ରବାହ ଓ ପ୍ରାକ ମୌସୁମୀ କୁ ଦୃଷ୍ଟି ରେ ରଖି ସମସ୍ତ ଧାନ କ୍ରୟ ଗୁଡିକରେ କୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀ ଙ୍କ ପାଇଁ ଆଶ୍ରୟସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟ କୁ ସହଜ, ସୁବିଧା, ଓ ସ୍ଵଛତାର ସହ କରିପାରିବ ସେଥି ପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲପାଳ ତଥା ଅଧ୍ୟକ୍ଷା ବିଭାଗୀୟ ସମ୍ପୃକ୍ତ ଅଧିକାରୀ ବୃନ୍ଦ ନିଜ ନିଜ ବିଭାଗ ମଧ୍ୟରେ ଉତ୍ତମ ତଥା ଉପଯୁକ୍ତ ଯୋଗାଯୋଗ ପୂର୍ବକ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l ଗତ ବର୍ଷ ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ, ଚଳିତ ବର୍ଷ ତ୍ରୁଟିର ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେବl ସହ ଚଳିତ ବର୍ଷ ରବିଧାନ କ୍ରୟକୁ ସୁ ବ୍ୟବସ୍ଥିତ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀମତୀ ନରୱଣେ ବୈଠକରେ ସୂଚନା ଦେଇଥିଲେ l ଏହି ଗୁରୁତ୍ୱପୂର୍ଣ ଜିଲ୍ଳା ସ୍ତରୀୟ କ୍ରୟ କମିଟି ବୈଠକରେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଯୋଗଦାନ କରି ଜିଲ୍ଲାରେ ଚାଷ ଓ ଚାଷୀ ର ଗୁରୁତ୍ୱାରୋପ କରିବାସହ ଜିଲ୍ଲାରେ ରବିଧାନ କ୍ରୟ ପ୍ରକ୍ରିୟା କୁ ସୁବ୍ୟବସ୍ଥିତ ଓ ସୁଚାରୁରୂପେ ପରିଚାଳନା କରିବା ଉପରେ ପ୍ରଶାସନ ତଥା ସମ୍ପୃକ୍ତ ବିଭାଗ କୁ ପରାମର୍ଶ ଦେଇଛନ୍ତି l ନୋଡାଲ ଅଧିକାରୀ ମାନେ ନିଜ ନିଜର କାର୍ଯ୍ୟରତ ସମ୍ପୃକ୍ତ ଅଞ୍ଚଳରେ ଥିବା ଧାନ କ୍ରୟ କେନ୍ଦ୍ର ଗୁଡିକୁ ପରିଦର୍ଶନ କରିବା ସହ ସୁ ପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦେବା ପାଇଁ ପରାମର୍ଶ କରିଛନ୍ତି l ଏହି ବୈଠକରେ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଯୋଗଦାନ କରି ବିଭିନ୍ନ ଧାନ କ୍ରୟ କେନ୍ଦ୍ର ଗୁଡିକରେ ହେଉଥିବା ସମସ୍ୟା ଉପରେ ସୂଚନା ପ୍ରଦାନ କରି ମିଲର୍ସ ଓ ଚାଷୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ପୂର୍ବକ ରବିଧାନ କ୍ରୟ କୁ ଶୃଙ୍ଖଳିତ କରିବା ନିମନ୍ତେ ଗୁରୁତ୍ୱାରୋପ କରିଛନ୍ତି l ଏହି ବୈଠକରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ,ପ୍ରକଳ୍ପ ନିର୍ଦେଶକ ଡି ଆର ଡି ଏ,ଶ୍ରୀ ଡୋଳାମଣି ପଟେଲ,ଉପଜିଲ୍ଲାପାଳ ସୋନପୁର ଶ୍ରୀ ନିହାର ରଞ୍ଜନ କଁହର, ବୀରମହାରାଜପୁର, ଉପଜିଲ୍ଲାପାଳ ଶ୍ରୀ ଅଶୋକ ଭୋଇ,ବଲାଙ୍ଗୀର ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ଶରତ ଶତପଥୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଳା ଯୋଗାଣ ଅଧିକାରୀ,ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଳା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର, ଜିଲ୍ଲା ଚାଷୀ ସଂଗଠନ ର କର୍ମକର୍ତ୍ତା, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ l ବୈଠକରେ ଶ୍ରୀ ସୁରେଶ ପାଣିଗ୍ରାହୀ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସ୍ୱାଗତ କରିବା ସହ ଅଧ୍ୟକ୍ଷ୍ୟl ଙ୍କ ଅନୁମତିରେ କାର୍ଯ୍ୟ ଖସଡ଼ା ପାଠ କରିଥିଲେ l ସୁବର୍ଣ୍ଣପୁର ରୁ ରାଜ କିଶୋର ତ୍ରିପାଠୀଙ୍କ ରିପୋର୍ଟ, ସଂଘର୍ଷ ନିଉଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More