ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

16

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ ) : ଆଜି ନବରଙ୍ଗପୁର ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କର ବଳିଦାନ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୌରଧକ୍ଷ ଶ୍ରୀ କୁନୁ ନାୟକ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗୌରୀ ଶଙ୍କର ମାଝୀ , ରାଜ୍ୟ ଯୁବ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ କାହୁଁ ଦାଶ , ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରି ଶର୍ମିଷ୍ଠା ଦେଓ, କାଉନସିଲର ଏ. ସତିଶ , ଅମିତ ପ୍ରଧାନ , ସମେଶ ଖୋରା , ମମତା ମହାରଣା , ପୁନମ ସାହୁ ସମେତ ବରିଷ୍ଠ ବିଜେପି ନେତା ଦେବଦାସ ମହାଙ୍କୁଡ, ସୁବ୍ରତ ମିଶ୍ର , ମଧୁ ଗାଦବା ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ । ଆଜିର ଏହି ବଳିଦାନ ଦିବସରେ ଯୁବ ନେତା ଗୌରୀ ଶଙ୍କର ମାଝୀ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ଙ୍କ ତ୍ୟାଗ, ତପସ୍ୟା ଓ ରାଷ୍ଟ୍ର ପ୍ରତି ତାଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ଯଶସ୍ଵି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ କଲ୍ୟାଣକାରୀ ଯୋଜନା ବିଷୟରେ ଆହ୍ଵାନ ଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ ପୂର୍ବତନ ନଗର ମଣ୍ଡଳ ସଭାପତି ସୁବ୍ରତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତିଙ୍କ ରିପୋର୍ଟ ସଂଘର୍ଷ ନିୟୁଜ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More