ଡାବୁଗାଁରେ ଭୀମ ଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ

14

Get real time updates directly on you device, subscribe now.

ନବରଙ୍ଗପୁର (ସଂଘର୍ଷ ମିଡିଆ) : – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଭୀମଭୋଇ ସାମର୍ଥ୍ୟ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ଉକ୍ତ ଶିବିରକୁ ଉଦଘାଟନ କରିଥିଲେ | ଏଥିରେ ଶିଶୁ ବିଶେଷଜ୍ଞ ଡା. ସନ୍ତୋଷ କୁମାର ପଣ୍ଡା, ଚକ୍ଷୁ ବିଶେଷଜ୍ଞ ଡା. ଦେବାଶିଷ ମହାପାତ୍ର ଓ ଅସ୍ଥିଶଲ୍ୟ ବିଶେଷଜ୍ଞ ଡା. ଅଶୋକ ମହାପାତ୍ର ପ୍ରମୁଖ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କୁ ଚିକିତ୍ସା କରିଥିଲେ | ଏହା ସହ ଏଡିଏମଓ (ପିଏଚ) ଡା. ସୁକାନ୍ତ ଶତପଥି, ସାଇକୋଲୋଜିଷ୍ଟ ବିଭୂଦତ୍ତ ସେଠୀ, ଅଡିୟଲୋଜିଷ୍ଟ ଶିବପ୍ରସାଦ ସାହୁ, ଫିଜିଓଥେରାପିଷ୍ଟ ଘନଶ୍ୟାମ ବେହେରା ପ୍ରମୁଖ ଚିକିତ୍ସାରେ ସହାୟତା କରିଥିଲେ | ଏଥିରେ ପୂର୍ବରୁ ଅନଲାଇନ ମାଧ୍ୟମରେ ମୋଟ ୩୬୭ ଜଣ ହିତାଧିକାରୀ ପଞ୍ଜୀକୃତ କରିଥିଲେ | ସେଥିରୁ ୧୭୪ ଜଣ ଚିକିତ୍ସା କରାଇଛନ୍ତି | ମୋଟ ୧୬ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ଓ ୧୦୯ ଜଣ ହିତାଧିକାରୀ ଙ୍କୁ ୟୁଡି ଆଇଡି କାର୍ଡ ପ୍ରଦାନ କରାଯାଇଛି | ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ଜିଲାପରିଷଦ ସଭ୍ୟ ଜୋନ -୧ ଧନସିଂ ଭତ୍ରା ଓ ଜୋନ -୨ ଗୁପ୍ତ ବିଶୋଇ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଯବିଡିଓ ଶରତ ମାଝି, ଝରିଗାଁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପାର୍ଥଜିତ ମଣ୍ଡଳ ସମସ୍ତ ସରପଞ୍ଚ ଓ ସମିତିସଭ୍ୟା ସଭ୍ୟ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଗ୍ରାମପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି. ପ୍ରସାଦ ପ୍ରରିଚାଳନା କରିଥିବା ବେଳେ ପଞ୍ଚାୟତ ନିର୍ବାହୀ ଅଧିକାରୀ ପରଶୁରାମ ମାଳୀ, ଅମୂଲ୍ୟ ଦଳାଇ ଓ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ | ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More