ଡାବୁଗାଁ ପଞ୍ଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ

9

Get real time updates directly on you device, subscribe now.

ନବରଙ୍ଗପୁର (ସଂଘର୍ଷ ମିଡିଆ ) : ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତିର ସାଧାରଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପଶୁପାଳନ, ମତ୍ସ୍ୟ, ଉଦ୍ୟାନ, ସମନ୍ଵିତ ଶିଶୁ ବିକାଶ, ମୃତ୍ତିକା ସଂରକ୍ଷଣ, ବନ ବିଭାଗ, ସାଧାରଣ ବଣ୍ଟନ, ସାମାଜିକ ସୁରକ୍ଷା ଓ ପେନସନ ଏବଂ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକ ଉପରେ ଆଲୋଚନା ହୋଇଥିଲା | ପ୍ରଥମେ ଭାରପ୍ରାପ୍ତ ଗ୍ରାମପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ॰ଡି॰ ପ୍ରସାଦ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ | କୃଷି ବିଭାଗ ଅଧିକାରୀ ଚଳିତ ବର୍ଷ ସରକାରଙ୍କ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ସହ ବିଭିନ୍ନ କୃଷି ଯୋଜନା ସମ୍ପର୍କରେ କହିଥିଲେ | ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଶବ ବ୍ୟବଚ୍ଛେଦ ଗୃହର ଦୟନିୟ ଅବସ୍ଥା ଥିବାରୁ ନୂତନ ଗୃହ ନିର୍ମାଣ, ବିଶେଷଜ୍ଞ ଡାକ୍ତର ନିଯୁକ୍ତି ପାଇଁ ଦାବି ହୋଇଥିଲା | ଗ୍ରାମ୍ୟ ଉନ୍ନୟନ ବିଭାଗର ୫ ଟି ରାସ୍ତା ନିର୍ମାଣ, ପୋଲ ନିର୍ମାଣ, ଶିକ୍ଷକ ନିଯୁକ୍ତି ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା | ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି, ତହସିଲଦାର ସନ୍ଧ୍ୟା ସମରଥ, ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋୟୀ, ସାଂସଦ ପ୍ରତିନିଧି ଏମ୍॰ ଆପ୍ପା ରାଓ, ରାଜ୍ୟସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗୋ, ସିଡିପିଓ ଯମୁନା ଭତ୍ରା, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ପ୍ରାଣୀ ଚିକିତ୍ସକ ଡା ସାରସ୍ଵତ ସାହୁ, ସହକାରୀ କୃଷି ଅଧିକାରୀ ସୌମେନ୍ଦ୍ର ବିଶ୍ଵାସ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଡାକ୍ତର ଶୁଭାଶିଷ ସାହୁ, ବନପାଳ ପ୍ରକାଶ ସରକାର, ଗ୍ରାମ୍ୟ ଉଦ୍ୟାନ କର୍ମଚାରୀ ଜଗଦୀଶ ତରାସିଆ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ସହକାରୀ ମତ୍ସ୍ୟ ଅଧିକାରୀ ଗିରିଜା ଶଙ୍କର ପଟ୍ଟନାୟକ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସାମରେନ୍ଦ୍ର ଭୌମିକ, ବ୍ଲକ ସଂମ୍ପ୍ରସାରଣ ଅଧିକାରୀ ପ୍ରିୟଚାନ୍ଦ ମଲ୍ଲିକ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଅତନୁ ଦେଉରୀ, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତ୍ତମ କୁମାର ସେଠୀ, ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଗ୍ରାମ ପଟ୍ଟନାୟକ ପରିଚାଳନା କରିଥିଲେ | ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତିଙ୍କ ସହ ଡାବୁଗାଁ ବ୍ଲକ୍ ପ୍ରତିନିଧି ଜି ବିନୋଦ କୁମାରଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More