ଡାବୁଗାଁରେ ଆଦିବାସୀ ଦଶହରା ପାଳିତ

13

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ) : -ଗୁରୁବାର ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରେ ପାରମ୍ପରିକ ଆଦିବାସୀ ଦଶହରା ପାଳିତ ହୋଇଯାଇଛି | ଏଥିରେ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରୁ ଲାଠି ,କୁର୍ଚି ଓ ଶିରା ,ମାନଙ୍କୁ ନିମନ୍ତ୍ରଣ କରାଯାଇଥାଏ | ଅପରାହ୍ନ ରେ ସମସ୍ତ ଲାଠି, କୁର୍ଚି ଡାବୁଗାଁ ମା ଠାକୁରାଣୀ ମନ୍ଦିରରେ ପହଞ୍ଚି ଥିଲେ | ସେଠାରୁ ଲାଠି ,କୁର୍ଚି, ଶିରା ଓ ଦିଶାରି ମାନେ ସୁସଜିତ ହୋଇ ପାରମ୍ପରିକ ଢୋଲ , ମର୍ଦଳ ତାଳେ ତାଳେ ନୃତ୍ୟରତ ଭାବେ ଗ୍ରାମ ପରିକ୍ରମା କରିଥିଲେ | ପରେ ମା ଡାବାଦେଇ ମନ୍ଦିରରେ ପହଞ୍ଚିଥିଲେ | ଗୁରୁବାର ସାପ୍ତାହିକ ହାଟ ଥିବାରୁ ଭକ୍ତଙ୍କ ଭିଡ ପରିଲଖିତ ହୋଇଥିଲା | ଏହି ଦଶହରା ଆଶ୍ଵିନ ମାସରେ ଦଶହରା ପର୍ବ ରେ ମା ଦୂର୍ଗାଙ୍କ ଦଶମୀ ପୂଜା ପରେ ଯେଉଁ ଗୁରୁବାର ପଡିଥାଏ ସେହିଦିନ ଆଦିବାସୀ ଦଶହରା ପାଳିତ ହୋଇଥାଏ | ଏଥିରେ ଗ୍ରାମର ପ୍ରାୟ ବହୁ ଲୋକଙ୍କ ସମାଗମ ହୋଇଥିଲା |ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More