ତୃତୀୟ ଲିଙ୍ଗୀ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ

10

Get real time updates directly on you device, subscribe now.

ବୌଦ୍ଧ(ସଂଘର୍ଷ ମିଡିଆ ) : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମା ରୁଦ୍ରକାଳୀ ତୃତୀୟ ଲିଙ୍ଗୀ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସହାୟତା ରାଶି ଯୋଗାଇ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ସେମାନଙ୍କୁ 50ହଜାର ଟଙ୍କାର ଚେକ ପ୍ରଦାନ କରିଥିଲେ । ଏଥିସହିତ ସେମାନଙ୍କ ବିଭିନ୍ନ ସୁବିଧା, ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ l ଖାଦ୍ୟ ସାମଗ୍ରୀ କିମ୍ବା ଅନ୍ୟ କୌଣସି ଷ୍ଟଲ ଖୋଲି ନିଜେ ସ୍ବାବଲମ୍ବୀ ହେବା ପାଇଁ ପରାମର୍ଶ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଜ୍ଞାନରଞ୍ଜନ ମହାନ୍ତି, ପି ଡ଼ି ଡିଆରଡିଏ ଅଶ୍ୱିନୀ କୁମାର ମେହେର,ବୌଦ୍ଧ ବିଡ଼ିଓ ବିଜୟ କୁମାର ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାରୀ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କହଁର ,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା,ସିଡିପିଓ ମିନତୀ ଦେଓ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂହ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାତୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ର ସ୍ଵଚ୍ଛସାଥି ସୁଷମା ବେହେରା ଉପସ୍ଥିତ ରହି ସହଯୋଗ କରିଥିଲେ ।ବୌଦ୍ଧରୁ ଉଗ୍ରସେନ କର୍ମୀଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More