ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୭ ତାରିଖ ସୁଦ୍ଧା ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହା ଆଜି ଠାରୁ ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।