ଦେଶୀ ଓ ବିଦେଶୀ ମଦ ଜବତ, ୩ ଗିରଫ

14

Get real time updates directly on you device, subscribe now.

ଭଦ୍ରକ(ସଂଘର୍ଷ ମିଡିଆ) : ଭଦ୍ରକ ଜିଲ୍ଲା ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ସରସଦା, କୋରିଗାଁ, ମାଳଦା, ରାଢୋ, ନଗୁଆଁ ଓ ବିମ୍ବଳବର ଗ୍ରାମ ଅଞ୍ଚଳରେ ଚଢାଉ କରାଯାଇ ୮୦ ଲିଟର ଦେଶୀ ମଦ, ୧୪.୨୨୦ ଲିଟର ବିଦେଶୀ ମଦ ଓ ଗୋଟିଏ ୟାମାହା ସ୍କୁଟି ଗାଡ଼ି ନଂ ଓଡି-୨୨ଟି-୨୫୮୬ ଜବତ କରିବା ସହିତ ମୋଟ ୩ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ଅଭିଯୁକ୍ତ ମାନେ ହେଲେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ସରସଦା ଗ୍ରାମର ଆନନ୍ଦ ଜେନା, କୋରିଗାଁ ଗ୍ରାମର ସୁଧାକର ମହାନ୍ତି ଏବଂ ଅନନ୍ତପୁର ଗ୍ରାମର ଦିନା ମୁଣ୍ଡା l ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୮୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସନ୍ଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୩ ଗୋଟି ମାମଲା ରୁଜୁ କରାଯାଇ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ଭଣ୍ଡାରି ପୋଖରୀରୁ ରାଜକିଶୋର ଜେନାଙ୍କ ରିପୋର୍ଟ ସଂଘର୍ଷ ନିୟୁଜ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More