ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

29

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ ) : ଓଡ଼ିଶାର ବରପୁତ୍ର,ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୪ ତମ ଶ୍ରାଦ୍ଧ ଦିବସ ନବରଙ୍ଗପୁରରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଉଠା ଜଳସେଚନ କାର୍ଯ୍ୟାଳୟ ପରିସର ମଧ୍ୟରେ ଥିବା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇ ତ, ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ରତ୍ନାକର ସାହୁ, ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଅଭିମନ୍ୟୁ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ତହସିଲଦାର ରବୀନ୍ଦ୍ର କୁମାର ରାଉତ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ ବିଭାଗ ଦିଲିପ୍ କୁମାର ଦାସ, ଜିଲ୍ଲା ସୁଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ଅବସର ପ୍ରାପ୍ତ ପ୍ରାଧ୍ୟାପକ,ଡକ୍ଟର ବିଜୟ କୁମାର ମିଶ୍ର, କବି ବିଜୟ ଚୌଧୁରୀ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅବନୀ ତ୍ରିପାଠୀ , ସମାଜ ଖବର କାଗଜ ର ଜିଲ୍ଲା ପ୍ରତିନିଧି ବାଙ୍କ ବିହାରୀ ବିଶୋଇ, ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ର ଛାତ୍ରୀ, ବରିଷ୍ଟ ନାଗରିକ, ବିଭିନ୍ନ ଗଣାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇ ପଣ୍ଡିତ ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଏହା ପରେ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟ ଠାରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା । ସମାଜ ପରିବାର ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ମୁଖ୍ୟ ବକ୍ତା ଭାବରେ ଡକ୍ଟର ବିଜୟ କୁମାର ମିଶ୍ର, ସମ୍ମାନିତ ଅତିଥି ଭାବେ ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ରତ୍ନାକର ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଅଧକ୍ଷ ନବରଙ୍ଗପୁର ମହାବିଦ୍ୟାଳୟ ଭାସ୍କର ନାଥ ବିଶ୍ଵାଳ, ପ୍ରଧାନ ଶିକ୍ଷୟିତ୍ରୀ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟ ସୁପ୍ରିୟା ନାୟକ ଯୋଗଦେଇ ଓଡ଼ିଆ ଭାଷା, ସାହିତ୍ୟ, ଓଡ଼ିଆ ଜାତି ତଥା ଓଡିଶାର ଉନ୍ନତି ଓ ପ୍ରଗିତି ତଥା ସମାଜ ସେବା ପାଇଁ ଗୋପବନ୍ଧୁ ଙ୍କ କରି ଯାଇଥିବା,ମହାନ ତ୍ୟାଗ ଓ ଆଦର୍ଶ ଜୀବନି ଉପରେ ଆଲୋକପାତ କରିଥିଲେ ଏବଂ ବିଶେଷ କରି ଆଜିର ଯୁବ ପୀଢ଼ି, ଛାତ୍ର ଛାତ୍ରୀ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଉତ୍କଳ ମହାବିଦ୍ୟାଳୟ ଠାରେ ଏକ ସ୍ବେଛା କୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲପାଳ ଡକ୍ଟର ମିଶ୍ର ଏହାର ଶୁଭ ଉଦ୍ଘାଟନ କରିଥିଲେ। ଏଥିରେ ୦୯ ୟୁ ନିତ୍ ରକ୍ତ ସଂଗ୍ରହ କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲାବେଳେ ସମାଜ ଖବର କାଗଜ ର ଜିଲ୍ଲା ପ୍ରତିନିଧି,ତଥା ଓଜେୟୁର ରାଜ୍ୟ ସମ୍ପାଦକ ବାଙ୍କ ବିହାରୀ ବିଶୋଇ ସ୍ବାଗତ ଭାଷଣ ଓ ଶେଷରେ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ। ଏଥିରେ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟ ଶିକ୍ଷକ, ଶିକ୍ଷୟତ୍ରୀ, ଉତ୍କଳ ମହାବିଦ୍ୟାଳୟର କର୍ମକର୍ତ୍ତା ପ୍ରମୁଖ ସହଯୋଗ କରିଥିଲେ। ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତିଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More