ପରଲୋକରେ ଛତ୍ରପୁର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀ

14

Get real time updates directly on you device, subscribe now.

ଛତ୍ରପୁର: ରାଜ୍ୟ ରାଜନୀତି ଆଉ ଜଣେ ପୂର୍ବତନ ବିଧାୟକଙ୍କୁ ହରାଇଛି । ସୂଚନାନୁଯାୟୀ, ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ ହୋଇଛି । ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସୂଚନା ମୁତାବକ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ଚିକିତ୍ସିତ ହେବା ପାଇଁ ଯାଇଥିବା ବେଳେ ଆଜି ଭୋର୍ ସମୟରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ଛତ୍ରପୁର ବିଧାୟକ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More