ପରଲୋକରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହ୍ଵାନ

32

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୁବାସ ଚୌହ୍ୱାନଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ଲିଭର କ୍ୟାନସରରେ ପୀଡ଼ିତ ଥିବାରୁ ସେ ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ରାଜ୍ୟ ବାହାରକୁ ଯାଇ ମଧ୍ୟ ଚିକିତ୍ସିତ ହୋଇ ଫେରିଥିଲେ। ତେବେ, ଗତ ମଙ୍ଗଳବାର ରାତିରେ ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କର ସ୍ବାସ୍ଥ୍ୟବସ୍ଥା ଉଦବେଗଜନକ ଥିବାରୁ ବରିଷ୍ଠ ଡାକ୍ତରଙ୍କୁ ନେଇ ଗଠିତ ଏକ ଟିମ୍ ତାଙ୍କର ଚିକିତ୍ସା ଜାରି ରଖିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩ଟା ୫ରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More