ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ ଶରତ କୁମାର କରଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଖରପ ଥିବାରୁ ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି।