ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କଲେ ରାଜ୍ୟପାଳ ରଘୁବର ଦାସ

27

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କଲେ ରାଜ୍ୟପାଳ ରଘୁବର ଦାସ। ଗତକାଲି ନୂତନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପରେ ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପସଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଓ ଏସପି ଡଃ କନୱର ବିଶାଳ ସିଂ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ସେହିପରି ସେବାୟତମାନେ ରାଜ୍ୟପାଳଙ୍କୁ ଖଣ୍ଡୁଆ ପାଟ ଦେଇ ସ୍ବାଗତ କରିଥିଲେ। ପ୍ରଥମେ ପତିତପାବନଙ୍କ ଦର୍ଶନ କରିବା ପରେ ଭିତରକାଠ ନିକଟରୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ। ପରେ ମା ମହାଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ଆଶିଷ ଲାଭ କରିଥିଲେ ରାଜ୍ୟପାଳ। ପ୍ରାୟ ଅଧଘଣ୍ଟାଏ ସେ ଶ୍ରୀମନ୍ଦିର ଭିତରେ ଅତିବାହିତ କରିଥିଲେ। ରାଜ୍ୟପାଳ ଭାବେ ଦାୟିତ୍ଵ ଗ୍ରହଣ ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ ରଘୁବର ଦାସ। ତେବେ ଗତକାଲି ଶପଥ ନେବା ପରେ ଆଜି ମହାପ୍ରଭୁଙ୍କ ଦର୍ଶନ କରି ରାଜ୍ୟ ତଥା ଦେଶର ମଙ୍ଗଳକାମନା କରିଛନ୍ତି। ପରେ ସେ ପୁରୀ ରାଜଭବନରେ କିଛି ସମୟ ଅତିବାହିତ କରିବା ପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More