ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ସକ୍ରିୟ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରିବ। ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଘନୀଭୁତ ହୋଇ ୱେଲ ମାର୍କଡ଼ ଲୋ ପ୍ରେସରରେ ପରିଣତ ହେବ େବାଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ଫଳରେ ୧୦ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଲଘୁଚାପ ସକ୍ରିୟ ହେବା ସହିତ ଓଡ଼ିଶାକୁ ମୌସୁମି ଆଣିବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି। ଆଇଏମଡ଼ି ପକ୍ଷରୁ ଜାରି ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି ଯେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଆସନ୍ତା