ପୋଖରୀରେ ବୁଡି ଚାଷୀ ମୃତ

29

Get real time updates directly on you device, subscribe now.

ରାଇରଙ୍ଗପୁର(ସଂଘର୍ଷ ମିଡିଆ) : -ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜାତଳା ବ୍ଲକର ବଣକାଟି ପଞ୍ଚାୟତର ବାଲିଆଢିପା ଗ୍ରାମର ଜଣେ ଚାଷୀ ପୋଖରୀରେ ବୁଡି ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ ଯେ ଚାଷୀ ଦେବୀ ଲାଲ ଟୁଡୁ (୫୮) ବିଲ କାମ ସାରି ୨.୩୦/ ୩ଟା ପାଖାପାଖି ସମୟରେ ଘରକୁ ଆସି ଗାଧୋଇବା ପାଇଁ ଗାଁ ପୋଖରୀକୁ ଯାଇଥିଲେ । ଫେରିବା ବିଳମ୍ବ ନେଇ ଘର ଲୋକେ ଖୋଜାଖୋଜି କରି ପୋଖରୀରେ ପାଇଥିଲେ । ଗାଁ ଲୋକେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଏବଂ ଅଗ୍ନିଶମ ବିଭାଗକୁ ଜଣାଇଥିଲେ ।ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ଉଦ୍ଧାର କରି ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଡାକ୍ତର ମୃତ ଘୋଷଣା କରିଥିଲେ । ବୁଧବାର ଦିନ ଶବ ବ୍ୟବଚ୍ଛେଦ ହେବ ।ରାଇରଙ୍ଗପୁରରୁ ନିରୋଜ କୁମାର ସାହୁଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More