ପ୍ରଥମ ଦିନରେ ବେଦମାତା ବେଶରେ ଦର୍ଶନ ଦେଲେ ମା ଭଦ୍ରକାଳୀ

13

Get real time updates directly on you device, subscribe now.

ଭଦ୍ରକ(ସଂଘର୍ଷ ମିଡିଆ) :- ଭଦ୍ରକ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ସୋମବାର ଠାରୁ ଆରମ୍ଭ ହୋଇଛି କାଳୀପୂଜା । ତେବେ ମାଆ ଆଜି ପ୍ରଥମ ଦିନରେ ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ଥିବା ବେଳେ ଆଜି ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । କୋରୋନା କଟକଣା ପରେ ଚଳିତ ବର୍ଷ ମା’ଙ୍କ ପୂଜାର୍ଚ୍ଚନା ଧୁମଧାମରେ ହେଉଛି । ପରମ ବୈଷ୍ଣବୀ ମା’ ଭଦ୍ରକାଳୀ ସଦା ସର୍ବଦା ବିଶ୍ଵମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। ହେଲେ ଜଗତ କଲ୍ୟାଣ ପାଇଁ କାଳୀପୂଜା ଠାରୁ ସାତ ଦିନ ଧରି ମା’ ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ତେବେ ସପ୍ତମାତୃକା ବେଶର ପ୍ରଥମ ଦିନରେ ମା ବେଦମାତା ବେଶରେ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏହି ଅବସରରେ ମା ଙ୍କୁ ସ୍ଵତନ୍ତ୍ର ପୂଜାର୍ଚ୍ଚନା କରାଯିବା ସହ ଚଣ୍ଡିପାଠ ଅନୁଷ୍ଠିତ ହୋଇଛି। ମନ୍ଦିରରେ ମା’ଙ୍କ ଦର୍ଶନ ଲାଗି ଭକ୍ତମାନଙ୍କ ଭିଡ ଲାଗିବ । ବେଦମାତା ବେଶରେ ଭକ୍ତ ମାନେ ଦର୍ଶନ କଲେ ପରିବାରରେ ମଙ୍ଗଳ ହେବା ସହ ସମସ୍ତ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ବାସ ରହିଛି। ଆସନ୍ତାକାଲି ସପ୍ତମାତୃକା ବେଶର ଦ୍ଵିତୀୟ ଦିନରେ ମା’ ମହାକାଳୀ ବେଶରେ ପୂଜା ପାଇବେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More