ବଜ୍ରାଘାତରେ ଯୁବକ ମୃତ

23

Get real time updates directly on you device, subscribe now.

କାମାକ୍ଷାନଗର(ସଂଘର୍ଷ ମିଡିଆ ) : – ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କନ୍ତୋର ଗାଁରେ ବଜ୍ରାଘାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣଙ୍କ କନ୍ତୋର ଗାଁର ପ୍ରଶାନ୍ତ କୁମାର ସାହୁ । ପ୍ରଶାନ୍ତ ଘର ପାଖରେ ଥିବା କୂଅ ନିକଟରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ପରିବାର ଲୋକେ ତାଙ୍କୁ ଏକ କାର ଯୋଗେ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏ ନେଇ କନ୍ତୋର ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More