ବରିଷ୍ଠ ନାଗରିକଙ୍କ ନିମନ୍ତେ ଜିଲ୍ଲା ସ୍ତରୀୟ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

12

Get real time updates directly on you device, subscribe now.

ଗଜପତି (ସଂଘର୍ଷ ମିଡିଆ ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ବିଜୁ ପଟ୍ଟନାୟକଙ୍କ କଲ୍ୟାଣ ମଣ୍ଡପ ଠାରେ ଆନ୍ତଃର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଜିଲ୍ଲା ସ୍ତରୀୟ ମାଗଣା ସ୍ୱାସ୍ଥ୍ୟ ଶିବିର ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କାମଧୁ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ ଗଜପତି ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମ ରେ ସଭାପତିତ୍ୱ କରିଥିଲେ।ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା କରିଥିଲେ। ବରିଷ୍ଠ ନାଗରିକ ମାନଙ୍କୁ ଚିକିତ୍ସା ସହ ମାଗଣା ଔଷଧ ବଣ୍ଟନ କରିଥିଲେ।ରାଜ୍ୟ ସରକାରଙ୍କ ଏହିଭଳି କାର୍ଯ୍ୟକ୍ରମକୁ ବରିଷ୍ଠ ନାଗରିକମାନେ ଭୁୟସ ପ୍ରସଂଶ କରିବା ସହ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି। ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More