ବରିଷ୍ଠ ନାଗରିକ ମାନଙ୍କ ପାଇଁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

24

Get real time updates directly on you device, subscribe now.

ବୌଦ୍ଧ(ସଂଘର୍ଷ ମିଡିଆ ) : ବୌଦ୍ଧ ଜିଲ୍ଲାର ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ଏକ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟ ର ଶୁଭାରମ୍ଭ କରାଯାଇଛି ।ଏହି ଅବସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସବୁଜ ପତାକା ଦେଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାହାରୀ ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କଅଁର , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା, ସିଡିପିଓ ମିନତୀ ଦେଓ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ ବିଶ୍ଵଜୀବନ ସେବା ସଂଘର କର୍ମକର୍ତ୍ତା ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସତ୍ୟବ୍ରତ ସାହୁ, ମିଥିଲେସ ସାହୁ ରଞ୍ଜିତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।ବୌଦ୍ଧରୁ ଉଗ୍ରସେନ କର୍ମୀଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More