ବାଣପୁରରେ ଅନ୍ତିମ ଦିନରେ ଚନ୍ଦନ ଯାତ୍ରା

12

Get real time updates directly on you device, subscribe now.

ଖୋର୍ଦ୍ଧା(ସଂଘର୍ଷ ମିଡିଆ) : – ବାଣପୁରରେ ଚନ୍ଦନ ଯାତ୍ରାର ଶେଷ ତିନିଦିନ ମା’ ଭାଗବତୀଙ୍କ ସାଥିରେ ଗୋପୀନାଥ ଦେବ ଓ ଶ୍ରୀ ରଙ୍କନାଥ ଦେବଙ୍କୁ ସାଥିରେ ନେଇ ବାଣପୁର ନିକଟ ଗୋପାଳପୁର ଶାସନ ମାଜଣା ପୋଖରୀକୁ ବାଣ , ପାଟ ପଟୁଆରରେ ଯାତ୍ରା କଲାବେଳେ ଶତାଧିକ ଶ୍ରଦ୍ଧାଳୁଙ୍କ ହରିବୋଲ ହୁଳହୁଳି ଧ୍ଵନୀ ସହ ଚାପକୁ ବିଜେ କରିବାର ଦୃଶ୍ୟ ଅତ୍ୟନ୍ତ ମନୋମୁଗ୍ଧକର ଥିଲା। ଗୋପାଳପୁର ଶାସନ ବିଜେ ବାବା ବାଲୁଙ୍କେଶ୍ଵର ଦେବ, ବାବା କପିଳେଶ୍ଵର ଦେବ, ବାବା ନୀଳକଣ୍ଠେଶ୍ଵର ଦେବ, ମା’କନକ ଦୁର୍ଗା ଓ ଶ୍ରୀଗୋପୀନାଥ ଦେବଙ୍କ ସ୍ଵାଗତପରେ ମା’ ଭଗବତୀ ମାଜଣା ଚକଡାରେ ବିଜେ କଲା ପରେ ଶୀତଳ ମଣୋହୀ ଲାଗି ହୋଇଥିଲା। ଆଳତୀ ବନ୍ଦାପନା ପରେ ମା’ ଚାପରେ ବିଜେ କରିଥିଲେ। ଏକୋଇଶି ଥର ଜଳକ୍ରୀଡାରେ ମାଜଣା ପୋଖରୀ ପରିକ୍ରମା କଲାପରେ ମା’ ଚନ୍ଦନ ମଣ୍ଡପକୁ ବିଜେ କରିଥିଲେ। ସେଠାରେ ପନ୍ତିଭୋଗ ଲାଗି ହେଲା ପରେ ମା’ ଜଳ ସ୍ପର୍ଶ କରି ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହିଗ୍ରାମକୁ ଦର୍ଶନ ନିମନ୍ତେ ବାଣପୁର NAC ଚେୟାରମ୍ୟାନ ଅଧକ୍ଷ ମିଟୁ ନାୟକ ସମେତ ସମସ୍ତ କାଉଁସିଲର ଅଧକ୍ଷା ଓ ଅଧକ୍ଷ ମାନଙ୍କୁ ଦେଖିବାକୁ ମିଳଥିଲା l ଏହି ଉପଲକ୍ଷେ ଗୋପାଳପୁର ଶାସନରେ ରାତିସାରା ରାମ ନାଟକ ପରି ସାଂସ୍କୃତିକ କାର୍ଯ୍ୟକ୍ରମ ଚନ୍ଦନ ଯାତ୍ରାକୁ ଆହୁରି ସରସ ସୁନ୍ଦର କରିଥିଲା। ଶ୍ରୀ ଶ୍ରୀ ଦକ୍ଷେଶ୍ଵର ଭଗବତୀ ଦେବୋତ୍ତର କାର୍ଯ୍ୟାଳୟ ଓ ଗୋପାଳପୁର ଶାସନ ଗ୍ରାମବାସୀ ମିଳିତ ଭାବରେ ଏହାକୁ ପରିଚାଳନା କରିଥିଲେ। ଖୋର୍ଦ୍ଧାରୁ ବିରେନ କୁମାର ସାହୁଙ୍କ ରିପୋର୍ଟ ସଂଘର୍ଷ ନିୟୁଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More