ବାଲିଯୋରି ବିଦ୍ୟାଳୟରେ ବିଶ୍ଵ ପାଇଖାନା ଦିବସ ପାଳିତ

14

Get real time updates directly on you device, subscribe now.

ବୌଦ୍ଧ(ସଂଘର୍ଷ ମିଡିଆ) : – ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ପଞ୍ଚାୟତ ଅନ୍ତର୍ଗତ ବାଳିଯୋରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବିଶ୍ୱ ପାଇଖାନା ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ଉଦ୍ଧବ ମହାଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରାତ୍ରୀମାନଙ୍କୁ ବିଶ୍ଵ ପାଇଖାନା ଦିବସ ବିଷୟରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗ୍ରାମ ପରିକ୍ରମା କରାଯାଇଥିଲା। ହାତରେ ବିଭିନ୍ନ ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ବିତ କୁମାର ପ୍ରଧାନ, ଶକୁନ୍ତଳା ପ୍ରଧାନ, ନରେନ୍ଦ୍ର ମହାଳିକ, ସୁରେଶ ନାୟକ ସହଯୋଗ କରିଥିଲେ । ସମ୍ବିତ ପ୍ରଧାନ ଧନ୍ୟବାଦ ଦେଇଥିଲେ । ଏହି ଅବସରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ସ୍ଵଚ୍ଛତାରନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବୌଦ୍ଧରୁ ଉଗ୍ରସେନ କର୍ମୀଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More