ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ନିଖିଳ ଭାରତ ସ୍ୱାୟତ ଶାସନ ପାଳିତ

14

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ନିଖିଳ ଭାରତ ସ୍ୱାୟତ ଶାସନ ଦିବସ ପାଳିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗର ମନ୍ତ୍ରୀ ଶ୍ରୀ ଯୁକ୍ତ ଅତନୁ ସବ୍ୟସାଚୀ ନାୟକ, ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ. ତିରୁପତି ରାଓ ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ରାଜ ଜେମା କଲ୍ୟାଣି ଗଜପତି,ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପାରଳା ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ।ମନ୍ତ୍ରୀ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା।ଏହି କାର୍ଯ୍ୟକ୍ରମ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ପେନସନ, ଜାଗା ମିଶନ, ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର, ଅବସର ଗ୍ରହଣ କରି ଥିବା କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ସ୍ୱାୟତ ଶାସନ ଦିବସ ଉପଲକ୍ଷେ ହୋଇ ଥିବା ପ୍ରତିଯୋଗିତାରେ କୃତି ହୋଇ ଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା।ପରେ ସଂ।ସ୍କୃତିକ କାର୍ଯ୍ୟକ୍ରମ ହୋଇ ଥିଲା ।ଏହି କାର୍ଯ୍ୟକ୍ରମ ରେ ସହର ର ବହୁଜ୍ଞାନୀ ଗୁଣି ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ । ଗଜପତିରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More