ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସଚେତନତା ରାଲିକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ।ଏ ଏନ ଏମ୍ କଲେଜର ଛାତ୍ରୀ ମାନେ ଏହି ସଚେତନତା ରାଲିରେ ଯୋଗ ଦେଇ ସହର ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମ S.W.S.S ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସ୍ୱାସ୍ଥ୍ୟ ବିଭାଗr ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି ପରେ ଭଣ୍ଡାରୀ ସାହି ଠାରେ ଥିବା ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର,ଡି ଆଇ ଏସ ଶକ୍ତି ପ୍ରସାଦ ପଟ୍ଟନାୟକ, ଏସ ଆଇ ନେତ୍ରା ନନ୍ଦ ଶତପଥୀ, ଡକ୍ଟର ହେନା ପ୍ରସାଦ ଆର୍ଟ ମେଡ଼ିକାଲ ଅଫିସର ପ୍ରମୁଖ ମଞ୍ଚାସିନ ଥିଲେ।ଡକ୍ଟର ନେତ୍ରା ନନ୍ଦ ଶତପଥୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଏଡସ୍ ଉପରେ ଅତିଥି ମାନେ ନିଜର ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା କୃତି ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ପରେ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଥିଲା ପରିଶେଷରେ ଡକ୍ଟର ନେତ୍ରାନନ୍ଦ ଶତପଥୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଗଜପତି ରୁ ବିବେକାନନ୍ଦ ବେହେରାଙ୍କ ରିପୋର୍ଟ ।