ବୌଦ୍ଧ ଜିଲ୍ଲାର ବନ୍ୟା ଆଶ୍ରୟ ସ୍ଥଳୀରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

11

Get real time updates directly on you device, subscribe now.

ବୌଦ୍ଧ(ସଂଘର୍ଷ ମିଡିଆ) ,: ବୌଦ୍ଧ ସହର ସ୍ଥିତ ବନ୍ୟା ଆଶ୍ରୟ ସ୍ଥଳୀଠା ଲରେ ଆଜି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୋଦ କୁମାର ପ୍ରଧାନ, ସଂମାନିତ ଅତିଥି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂହ, ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକୃ ସ୍ଵାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝ।ରୀ ପ୍ରମୁଖ ଉପସ୍ଥିତ ରହି ନିଶାମୁକ୍ତ ଭରତ ଅଭିଯାନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏଥିରେ ବକୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତି ପ୍ରତିଯୋଗି ମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା ।ଏହି ଉପଲକ୍ଷେ ଛାତ୍ର ଛାତ୍ରୀ ଓ ସମସ୍ତ ଅତିଥି ମାନେ ନିଶାମୁକ୍ତ ଭାରତ ଗଠନ ପାଇଁ ସାମୁହିକ ଶପଥ ପାଠ କରିଥିଲେ ।ବୌଦ୍ଧରୁ ଉଗ୍ରସେନ କର୍ମୀଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More