ନବରଙ୍ଗପୁର/ଡାବୁଗାଁ(ସଂଘର୍ଷ ମିଡିଆ) : – ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ବିଡିଓଙ୍କ କାର୍ଯ୍ୟ|ଳୟ ପ୍ରକୋଷ୍ଠରେ ବିଡିଓ ଶରତ ମାଝିଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ପିଏମଇଜିପି ଯୋଜନା, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ଶିଳ୍ପ ଉନ୍ନତି ଯୋଜନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଜନ ସୁରକ୍ଷା ଯୋଜନା, ମୋ ଘର, ପିଏମ କିଶାନ, ଭିନ୍ନକ୍ଷମ ଋଣ, ବଳରାମ ଯୋଜନାରେ, ସ୍ଵୟଂ ସହାୟକ ଗୋଷ୍ଠୀ ଋଣ ପ୍ରଦାନ, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଓ ଅଟଳ ପେନସନ ଯୋଜନା ଉପରେ ଆଲୋଚନା ହୋଇଥିଲା | ଏହି ବୈଠକରେ ଏଲଡିଏମ ସୁନୀଲ କୁମାର ଜାମୁଡା, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ ସଂଜୀବ କୁମାର ସେଠୀ, ଅତିରିକ୍ତ ପ୍ରାଣୀ ଚିକିତ୍ସକ ଏନ. ଲୋକନାଥ ରେଡ୍ଡୀ, ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶ୍ଵାସ, ସହକାରୀ ମତ୍ସ୍ୟ ଅଧିକାରୀ ସୁରେନ୍ଦ୍ର କୁମାର କାଣ୍ଡି, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣରଥ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ମିସନଶକ୍ତି ବିପିଏ ନବୀନ ଭତ୍ରା ପ୍ରମୁଖ ଉପସ୍ଥିତ ଥିଲେ | ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ସହ ଜି ବିନୋଦ କୁମାରଙ୍କ ରିପୋର୍ଟ ସଂଘର୍ଷ ନିଉଜ୍ l