ବ୍ଲକ ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ଅନୁଷ୍ଠିତ

16

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ) : – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଭାଗୃହରେ ଅତିରିକ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ ଅଧିକାରୀ ପଦ୍ମନାଭ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ସ୍ଵୟ ସହାୟକ ଗୋଷ୍ଠୀ ଋଣ ପ୍ରଦାନ, ଯେଉଁ ସ୍ଵୟ ସହାୟକ ଗୋଷ୍ଠୀ ମାନଙ୍କର ଆକାଉଣ୍ଟ ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ରହିଛି ସେହି ସ୍ଵୟ ସହାୟକ ଗୋଷ୍ଠୀ ମାନେ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ନୂତନ ଆକାଉଣ୍ଟ ଖୋଲି ସେହି ଆକାଉଣ୍ଟ ରେ ଥିବା ଅର୍ଥ ରାଶି ଭାରତୀୟ ଷ୍ଟେଟ ବ୍ୟାଙ୍କ ଆକାଉଣ୍ଟ କୁ ଟ୍ରାନ୍ସଫର କରି ଋଣ ପାଇଁ ଆବେଦନ କରି ରୁଣ ପାଇପାରିବେ, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଓ ଅଟଳ ପେନସନ ଯୋଜନା ଉପରେ ଆଲୋଚନା ହୋଇଥିଲା | ଉକ୍ତ ବୈଠକରେ ଏଲଡିଏମ ସୁନୀଲ କୁମାର ଜାମୁଡା, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ ଟି. ଗଣ୍ଡ, ସିଡିପିଓ ଗୀତାଞ୍ଜଳି ମହାରଣା, ଭାରପ୍ରାପ୍ତ ଗ୍ରାମପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି ପ୍ରସାଦ, ଆଇସିଡିଏସ ସୁପରଭାଇଜର ରୋଜାଲିନୀ ପ୍ରଧାନ, ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶ୍ଵାସ, ଭାରପ୍ରାପ୍ତ ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ସାରଶ୍ଵତ ସାହୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତିନ ପାଣିଗ୍ରାହୀ, ଭାରପ୍ରାପ୍ତ ପରିଚାଳନା ନିର୍ଦେଶକ ଲ୍ୟାମ୍ପ୍ସ ଆର୍ ଶଙ୍କର ପ୍ରସାଦ ରାଓ ଓ କମିଟି ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ | ଉକ୍ତ ବୈଠକକୁ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପରିଚାଳନା କରିଥିଲେ | ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ୍ ସଙ୍ଘର୍ଷ୍ ନିୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More