ମଦ୍ୟପ ଡ୍ରାଇଭରର ବେପରୁଆଚାଳନା ଯୋଗୁଁ ରାସ୍ତା ମଝିରେ ଓଲଟିଲା ଟ୍ରକ,୨୦ ଆହତ ୫ ଗୁରୁତର

8

Get real time updates directly on you device, subscribe now.

ଢେଙ୍କାନାଳ (ସନହର୍ଷ ମିଡିଆ ) : – ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବଡଝରା ଗାଁ ନୂଆସାହି ନିକଟରେ ଓଲଟିଲା ଶ୍ରମିକ ବୋଝେଇ ଟ୍ରକ । ୨୦ ଜଣ ଶ୍ରମିକ ଆହତ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଓ ଆହତ ମାନଙ୍କୁ ପ୍ରଥମେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୫ ଜଣ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସମସ୍ତ ଶ୍ରମିକ ମାନେ ସୁକିନ୍ଦା-ଅନୁଗୁଳ ନୂତନ ରେଳପଥରେ ନିୟୋଜିତ ନାଗାର୍ଜୁନ କନଷ୍ଟ୍ରୁକସନ କମ୍ପାନୀର ହୋଇଥିବା ବେଳେ ଅଣଓଡ଼ିଆ ଶ୍ରମିକ ହୋଇଥିବା ସୂଚନା ମିଳିଛି । ମୁକ୍ତାପଶିରୁ ରେଲୱେ କାର୍ଯ୍ୟ ସାରି କମଳାଙ୍ଗ ଗାଁ ସ୍ଥିତ ରେଲୱେ ପ୍ରୋଜେକ୍ଟକୁ ଯାଉଥିବା ବେଳେ ବଡଝରା ନିକଟରେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିଥିଲା ଟ୍ରକ । ତେବେ ମଦ୍ୟପ ଡ୍ରାଇଭରଙ୍କ ବେପାରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ଶ୍ରମିକ ମାନେ ପ୍ରକାଶ କରିଛନ୍ତି । କିପରି ଏବଂ କେଉଁ ପରିସ୍ଥିତିରେ ସମ୍ପୃକ୍ତ ଠିକାସଂସ୍ଥା ବିନା ସୁରକ୍ଷାରେ ଶ୍ରମିକ ମାନଙ୍କୁ ଟ୍ରକରେ ନେଇ ଯାଉଥିଲା ତାହା ସ୍ପଷ୍ଟ ହୋଇନାହିଁ । ତୁରନ୍ତ ଏଥିପ୍ରତି ପ୍ରଶାସନ ଦୃଢ଼ ଦେବାକୁ ସାଧାରଣରେ ଦାବି ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More