ମହାପ୍ରଭୁଙ୍କ ଶରଣରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

10

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ମହାପ୍ରଭୁଙ୍କ ଶରଣରେ ଅର୍ଥମନ୍ତ୍ରୀ। ଅର୍ଥମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ ଦାୟିତ୍ଵ ନେବା ପରେ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି। ସିଂହଦ୍ଵାର ନିକଟରୁ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ମନ୍ତ୍ରୀଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ମହାପ୍ରଭୁଙ୍କ ଦର୍ଶନ ସହ ମା ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିର ଦର୍ଶନ କରିଥିଲେ ମନ୍ତ୍ରୀ। ରାଜ୍ୟର ଅର୍ଥନୈତିକ ସୁପରିଚାଳନା ଓ ଅର୍ଥନୀତିର ଅଭିବୃଦ୍ଧି କିଭଳି ଘଟିବ ସେ ଦିଗରେ ଉଦ୍ୟମ କରିବେ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ। ଓଡ଼ିଶାକୁ ଏକ ଉନ୍ନତ ଓ ପ୍ରଗତିଶୀଳ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ଉଦ୍ୟମ ଜାରି ରଖିଛନ୍ତି ସେଥିପ୍ରତି ଅର୍ଥ ବିଭାଗ କିପରି ତତ୍ପରତା ସହ କାମ କରିବ ସେନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ବୋଲି ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଅନ୍ୟପଟେ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମଧ୍ୟ ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More