ମିଥ୍ୟା କରୋନା ସଂକ୍ରାନ୍ତ ଗୁଜବ ପ୍ରଚାର ଅଭିଯୋଗରେ ୮୧ଜଣଙ୍କ ନାମରେ ମାମଲା

26

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୨ରୁ ଅପ୍ରେଲ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୫୮ଟି ମାମଲା ଦାୟର କରାଯାଇଛି। ସେଥିରୁ ୫୦ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୮ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୮୮ ଜଣଙ୍କୁ ଗିରଫ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଗୁଜବ ପ୍ରଚାର ଅଭିଯୋଗରେ ୮୧ ଜଣଙ୍କ ବିରୁଦ୍ଧରେ ମାମଲା ଦାୟର କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More