ରଥ ଯାତ୍ରା ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ

9

Get real time updates directly on you device, subscribe now.

ପୁରୀ : ମଙ୍ଗଳବାର ଡିଜିପିଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ତେବେ ଗତବର୍ଷ ଭଳି ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ଶେଷ କରିବା ପୋଲିସ ପ୍ରଶାସନ ପାଇଁ ବଡ ଚ୍ୟାଲେଞ୍ଜ ବୋଲି ପୋଲିସ ମହାନିର୍ଦ୍ଦେଶକ କହିଛନ୍ତି । ତେବେ ମହାପ୍ରଭୁଙ୍କ ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ୍ ସୁପରିଚାଳନା, ଭିଭିଆଇପିଙ୍କ ସୁରକ୍ଷା ପାଇଁ ୧୬୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା, ଏଡିଜି ସଞ୍ଜୟ କୁମାର, ଦୟାଲ ଗଙ୍ଗୱାର, ଅମିତାଭ ଠାକୁର, ଅମିତେନ୍ଦ୍ର ନାଥ ସିହ୍ନା ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More