ରାଜଧାନୀରେ ଆଉ ୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଙ୍କ୍ରମିତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି

34

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇ ଚାଲିଛି କରୋନା। ସଂକ୍ରମଣ ହାର ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ବିଏମ୍‌ସି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ଚିହ୍ନଟ ୮୭ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନେକ ଛୋଟ ପିଲା ଏବଂ ହସ୍ପିଟାଲ କର୍ମଚାରୀ ଅଛନ୍ତି। ରାଜଧାନୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୪୯୪ଜଣ ସୁସ୍ଥ ହୋଇଥିବା ବେଳେ ୬୨୪ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଜି ଚିହ୍ନଟ ହୋଇଥିବା ୮୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ ସଙ୍ଗରୋଧର ଏବଂ ୪୬ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି କହିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More