ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବିଏମସି ପକ୍ଷରୁ ସୂଚନା ମିଳିଛି ।ଆକ୍ରାନ୍ତଙ୍କ ମଧ୍ୟରେ ଏମସ ହସ୍ପିଟାଲର ଜଣେ କର୍ମଚାରୀ ରହିଥିବା ବେଳେ  ଆଇଗିଣିଆ ଓ ଡୁମୁଡ଼ୁମାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଡୁମୁଡୁମା ଆକ୍ରାନ୍ତ ଜଣକ କଳିଙ୍ଗବିହାର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ଅନ୍ୟ ଜଣେ ସଂକ୍ରମିତ ହୋମ୍ କ୍ୱାରେଣ୍ଟିନରେ ଥିଲେ । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ଓ ପଡ଼ୋଶୀ କ୍ୱାରେଣ୍ଟିନରେ ରହିବେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More